Skip to main content

ସାଇ ବାଣୀ -: ମନର କୁବିଚାରକୁ ହଟାଇଲେ ଗୁରୁ କୃପା ମିଳିବ ।


       ସାଇ ଲୀଳା -: ମନର କୁବିଚାରକୁ ପରିବର୍ତ୍ତନ କର।

ମନ ଉପରେ ସବୁବେଳେ ନିୟନ୍ତ୍ରଣ ରଖିବା ଉଚିତ  ।ବେଳେ ବେଳେ ମନ ଲଗାମ ଛଡ଼ା ହୋଇ ଗଲେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୁଏ । ଇଶ୍ଵର ବିଶ୍ବାସ ବଢ଼ାଇ ଚାଲିଲେ ମନ ଆପେଆପେ ଧିର ହୋଇ ଯାଏ । ବହୁତ ଲୋକମାନେ ବେଳେ ବେଳେ ମନ ଭିତରେ ସନ୍ଦେହ ଓ କୁ ବିଚାର କୁ ଗୁରୁତ୍ୱ ଦିଅନ୍ତି ।କିନ୍ତୁ ପରେ ତାର ଫଳ ବହୁତ କଷ୍ଟ ଦେଇ ଥାଏ । ସାଇ ବହୁତ ଦୂରରେ ଥିବା ଭକ୍ତଙ୍କ ମନକୁ ଶିରିଡି ରେ ବସି ପଢ଼ି ପାରୁଥିଲେ । କୁବିଚାରକୁ କିପରି ଭକ୍ତ ହଟେଇବ ସେହି ପାଇଁ ମଧ୍ୟ ବାବାଙ୍କ ବିଚିତ୍ର ନୀତି ନିୟମ ଥିଲା । ବଡ଼ବଡ଼ ପଣ୍ଡିତ , ବୁଦ୍ଧିମାନ , ଅହଙ୍କାରୀ ଓ ଗର୍ବ ରେ ବୁଡ଼ି ଥିବା ଅନେକ ଭକ୍ତମାନେ ସଂସ୍କାର ହୋଇ ଅଛନ୍ତି । ଗୁରୁ ଚରଣକୁ ଠିକ ସେ ଧରି ପାରିଲେ ମନ ଆପେଆପେ ନିୟନ୍ତ୍ରଣ ହୁଏ । 


                  ଗୋଟିଏ ମୁସଲମାନ ଦମ୍ପତି ବିବାହ ର ଅନେକ ବର୍ଷ ପଯ୍ୟନ୍ତ ସନ୍ତାନ କୂଳକୁ ଆସି ନଥିଲା । ସେମାନେ ସାଇ ବାବା ପାଖକୁ ଗଲେ ଏବଂ ବାବାଙ୍କ ଆଶିର୍ବାଦରୁ ଗୋଟିଏ ପୁତ୍ର ସନ୍ତାନ ଜନ୍ମ ନେଇ ଥିଲା । ସେମାନେ ଖୁସି ରେ ବାବାଙ୍କ ପାଖକୁ ଗଲେ । ଯିବାବେଳେ ହାତରେ ଫୁଲର ଚାଦର ଓ ପାନବିଡା ନେଇଥିଲେ । ବାବା ସେମାନଙ୍କୁ ଆଶିର୍ବାଦ ଦେଲେ ଏବଂ ଆଣିଥିବ ସାମଗ୍ରୀ କୁ ହନୁମାନଙ୍କୁ ଦେଇ ଦେବା ପାଇଁ କହିଲେ । ବାବାଙ୍କ କଥା ଶୁଣି ଦମ୍ପତି ଦୁଇ ଜଣ ଆଶ୍ଚର୍ଯ୍ୟ ହୋଇ କିଛି ସମୟ ନୀରବ ରେ ଠିଆ ହୋଇ ରହିଲେ । ଏହା ଦେଖି ବାବା ସେ ମାନଙ୍କୁ ହନୁମାନଙ୍କ ବିଷୟରେ ଅନେକ କଥା କହିଲେ ଏବଂ ପୁଣି ହନୁମାନ ପାଖରେ ସାମଗ୍ରୀ ଦେଇ ଦେବା ପାଇଁ କହିଲେ । ବାବାଙ୍କ ପାଖରୁ ସମସ୍ତ ଶୁଣି ସେମାନେ ହନୁମାନ ପାଖକୁ ଗଲେ । ବାବା ଏହିପରି ଦମ୍ପତିଙ୍କର ମନର ଥିବା କୁବିଚାରକୁ ଦୂରେଇ ଦେଇ ଥିଲେ । 





Comments

Popular posts from this blog

ସାଇ ବାଣୀ -: ତୁମ କଷ୍ଟର ଅନ୍ତ ଘଟିବ , ମୁଁ ତୁମ୍ଭର କଷ୍ଟ ନେବା ପାଇଁ ପ୍ରସ୍ତୁତ ।

           ସାଇ ଲୀଳା - ସବୁ କଷ୍ଟର ଅନ୍ତ ଘଟିବ ,ମୁଁ ତୁମ୍ଭର କଷ୍ଟ ନେବା ପାଇଁ ପ୍ରସ୍ତୁତ ।         ସାଇ ବାବା ତାଙ୍କର ଭକ୍ତ ମାନଙ୍କର ଅର୍ଥ ,ରୋଗ କିମ୍ବା ମାନସିକ ସ୍ତରର ସମସ୍ତ କଷ୍ଟକୁ ନିଜେ ନେଇ ଭକ୍ତଙ୍କ ମୁହଁରେ ଖୁସି ଦେଖୁଥିଲେ । ସେହି ପାଇଁ ବହୁତ ଭକ୍ତ ତାଙ୍କର ଆଶୀର୍ବାଦ ପାଇଁ ବହୁତ ଦିନ ଶିରିଡି ରେ ପଡ଼ି ରହୁଥିଲେ । ସମ୍ପୁର୍ଣ୍ଣ ସମର୍ପଣ ଭାବକୁ ବାବା ସବୁବେଳେ ଆମମାନଙ୍କ ପାଖରୁ ଆଶା କରୁଥିଲେ । ଯାହାର ଭାବ ଅତି ଉନ୍ନତ ଥିଲା ସେ ହିଁ ବେଶୀ କୃପା ପାଇ ପାରୁଥିଲା । ଆଜି ଅନେକ ଭକ୍ତ ତାଙ୍କର ଜୀବନକୁ ନେଇ ରଚିତ ପୁସ୍ତକ ସାଇ ସତଚରିତ ପଢ଼ି ତାଙ୍କର କୃପା ପାଇ ପାରୁ ଅଛନ୍ତି । ନିତ୍ୟ ପଠନ ଫଳରେ ସାଇ ବାବା ତାଙ୍କର ଅତି ନିଜର ହୋଇ ପାରି ଅଛନ୍ତି । ନିତ୍ୟ ପଠନ କରୁଥିବା ଚରିତ୍ର ମାନଙ୍କର ସାଇ ସବୁବେଳେ  ସୁମାର୍ଗ ଦେଖାଉ ଅଛନ୍ତି ।              ବାବା ସବୁବେଳେ ଭକ୍ତଙ୍କ ପାଇଁ  ଅନେକ କଷ୍ଟ ନିଜେ ସହ୍ୟ କରୁଥିଲେ । ପୁନେର ଶ୍ରୀମତି ତାରାବାଇ ସଦାଶିବ ତାରଖଡ଼ ଚକ୍ଷୁ ରୋଗରେ ପୀଡିତ ଥିଲେ । ବହୁତ ଡାକ୍ତର ଦେଖାଇଲେ ହେଲେ ରୋଗ ଆଦୌ ଭଲ ହେଲା ନାହିଁ । ଶୁଣିବାକୁ ପାଇଲେ ଯେ , ଶିରିଡି ରେ ସାଇବାବାଙ୍କ ପାଖକୁ ଅନେକ ରୋଗୀ ଭଲ ହୋଇ ଆସୁ ଅଛନ୍ତି । ସେ ଶିରିଡିକୁ ଆସିଲେ ଏବଂ...

ସଦଗୁରୁ ଦେଇଥିବା ବସ୍ତୁକୁ ନମ୍ରତା ର ସହ ଗ୍ରହଣ କରିବା ଉଚିତ ।

           ସାଇ ଲୀଳା            ସାଇ ମହାରାଜା ଶିରିଡି ରେ ଅବସ୍ଥାନ ସମୟରେ ବହୁତ ଲୋକମାନେ ସାହାଯ୍ୟ ପାଇଁ ସାଇଙ୍କ ପାଖକୁ ଆସୁଥିଲେ । ସେ କାହାରିକୁ ଫେରାଇ ଦେଇ ନାହାନ୍ତି । ଥରେ ଜଣେ ନିର୍ଦ୍ଧନ ବ୍ରାହ୍ମଣ ସାଇଙ୍କ ପାଖରେ ପହଞ୍ଚି ସାହାଯ୍ୟ ପାଇଁ ପ୍ରାର୍ଥନା କଲେ । ବାବା କିଛି ସମୟ ତାକୁ ଅନାଇ ମସଜିଦ ରେ ଗୋଟିଏ କୋଣରେ ଥିବା ପୁଡିଆ ଟି ଆଣି ବ୍ରାହ୍ମଣ ହାତରେ ଦେଲେ । ସେହି ପୁଡିଆ ରେ କିଛି ମାଛ ମାଂସ ଥିଲା । ବାବା ତା ହାତରେ ଦେଲାବେଳେ କହିଲେ ଏହି ପୁଡିଆ ନେଇ ଘରେ ଖୋଲିବ; ଆଉ କେଉଁଠି ନୁହେଁ । ପୁଡିଆ ଟି ବ୍ରାହ୍ମଣ ଲୋକ ଟି ପାଇସାରିବା ପରେ ବାବାଙ୍କ ଉପରେ ମନେ ମନେ ରାଗିଗଲା । ଗାଁ ସୀମା ରେ ଥିବା ନାଳ ପାଖରେ ପୁଡିଆ କୁ ନେଇ ଖୋଲି ଦେଖିଲା ସେଥିରେ ମାଂସ ଅଛି । ମାଂସକୁ ଫୋପାଡ଼ି ଦେଇ ପୁଟୁଳା କପଡା କୁ ଧୋଇ ଘରକୁ ଫେରିଲା । ଘରେ ପହଞ୍ଚି କଫଡାକୁ ଶୁଖାଇବା ପାଇଁ ଟାଙ୍ଗି ଦେଲାବେଳକୁ  ତା ମଧ୍ୟ ରୁ ଗୋଟିଏ ସ୍ୱର୍ଣ୍ଣ ଟୁକଡା ତଳେ ପଡି ଗଲା । ତାହା ଦେଖିବା ପରେ ସେ ବହୁତ ଦୁଃଖ କଲା । ଏତେ ବଡ଼ ସନ୍ଥ ପାଖକୁ ଯାଇଥିଲି , ସେ ମଧ୍ୟ ମୋର ଗୁହାରି ଶୁଣି ଠିକ ଦାନ କରିଥିଲେ  । ଅଥଚ ମୋର କ୍ରୋଧ ପାଇଁ ଯାହା ମାଂସ ପରିକା ଦେଖା ଯାଉ ଥିଲା ତାହା ବାସ୍ତବରେ ମାଂସ ନଥିଲା । ପଶ୍ଚାତାପ କରି ଉଦାସ ମନରେ ରହିଲା । ସନ୍ଥମାନଙ...

ସାଇ ବାଣୀ -: ମନ ତୁ ଗୁରୁ ଚରଣେ ଲାଗ ।

ସାଇ ଲୀଳା  ଭଗବାନ କିମ୍ବା ଗୁରୁ ପାଖରେ ମନ ଲାଗିଲେ ଭକ୍ତ ସନ୍ତୁଷ୍ଟ ହୋଇ ଯାଏ । ମନ ଯେତେ ଅଧିକ ଲାଗିବ ସେତେ ସନ୍ତୋଷ ମିଳିବ । ଭକ୍ତ ସେତେବେଳେ ଭାବେ ମୋର ମନ ଭଗବାନଙ୍କ ଚିନ୍ତାରେ ଲାଗୁଛି । ସେ ସମୟରେ ସେ ଏକ ସୁନ୍ଦର ଅନୁଭବ ମଧ୍ୟ ପାଏ । ଏହିପରି କରିବା ଫଳରେ ସେ ପରମ ଶାନ୍ତି ପାଏ । କାରଣ ତାର ଆଶ୍ରୟ ହେଉଛନ୍ତି  କେବଳ ଭଗବାନ କିମ୍ବା ଗୁରୁ ଅଟନ୍ତି । ମନକୁ ଲଗାଇବା ତାଙ୍କର ନିକଟରେ ବହୁତ କଷ୍ଟ ଅଟେ । ବାସ୍ତବ ଜୀବନ ଟି ସବୁବେଳେ କାମନା ଭିତରେ ଡୁବି ଥାଏ । ତା ଭିତରୁ ବାହାର ହେବା ଏକ ବଡ଼ ପରୀକ୍ଷା ଅଟେ । ଧୀରେ ଧୀରେ ମନକୁ ତାଙ୍କର ପାଖରେ ଲଗାଇବା ପାଇଁ କିଛି ସମୟ ଲାଗେ । ଥରେ ସେହିଠାରେ ସଂଯୋଗ ହେଲେ ଆଉ ବାହାର ଚିନ୍ତା ମନରୁ ଅପସରି ଯାଏ । ତାଙ୍କର ପଦଯୁଗଳ ,ଛବି ଓ ରୂପ ମନକୁ ପାଗଳ କରି ପକାଏ । ବାହ୍ୟ ଜଗତର ସମସ୍ତ ଜଡ ଓ ଶରୀର ଭିତରେ ଭଗବାନ କିମ୍ବା ଗୁରୁର ଛବି ଦୃଶ୍ୟ ହୁଏ । ଏହି ଅବସ୍ଥା ହିଁ  ଶରଣାଗତି କୁହାଯାଏ  । ଏପରି ଅବସ୍ଥାରେ ଭଗବାନଙ୍କ କରୁଣା ସବୁବେଳେ ସେହିପରି ନିଷ୍ଠା ଭକ୍ତଙ୍କ ଉପରେ ପଡେ ।                     ଶିରିଡି ର ସାଇ ମହାରାଜା ପାଖରେ ଏହିପରି କିଛି ଭକ୍ତମାନେ ଥିଲେ । ତାହା ଆମେମାନେ ତାଙ୍କର ଲୀଳା କୁ ନେଇ ରଚିତ ପୁସ୍ତକ ରେ ଦେଖିବା ପାଇଁ ମିଳେ । ବାବାଙ୍କ ନିକଟରେ କିଛି ଭକ୍ତ ରହୁଥ...