ସାଇ ଲୀଳା - ସବୁ କଷ୍ଟର ଅନ୍ତ ଘଟିବ ,ମୁଁ ତୁମ୍ଭର କଷ୍ଟ ନେବା ପାଇଁ ପ୍ରସ୍ତୁତ । ସାଇ ବାବା ତାଙ୍କର ଭକ୍ତ ମାନଙ୍କର ଅର୍ଥ ,ରୋଗ କିମ୍ବା ମାନସିକ ସ୍ତରର ସମସ୍ତ କଷ୍ଟକୁ ନିଜେ ନେଇ ଭକ୍ତଙ୍କ ମୁହଁରେ ଖୁସି ଦେଖୁଥିଲେ । ସେହି ପାଇଁ ବହୁତ ଭକ୍ତ ତାଙ୍କର ଆଶୀର୍ବାଦ ପାଇଁ ବହୁତ ଦିନ ଶିରିଡି ରେ ପଡ଼ି ରହୁଥିଲେ । ସମ୍ପୁର୍ଣ୍ଣ ସମର୍ପଣ ଭାବକୁ ବାବା ସବୁବେଳେ ଆମମାନଙ୍କ ପାଖରୁ ଆଶା କରୁଥିଲେ । ଯାହାର ଭାବ ଅତି ଉନ୍ନତ ଥିଲା ସେ ହିଁ ବେଶୀ କୃପା ପାଇ ପାରୁଥିଲା । ଆଜି ଅନେକ ଭକ୍ତ ତାଙ୍କର ଜୀବନକୁ ନେଇ ରଚିତ ପୁସ୍ତକ ସାଇ ସତଚରିତ ପଢ଼ି ତାଙ୍କର କୃପା ପାଇ ପାରୁ ଅଛନ୍ତି । ନିତ୍ୟ ପଠନ ଫଳରେ ସାଇ ବାବା ତାଙ୍କର ଅତି ନିଜର ହୋଇ ପାରି ଅଛନ୍ତି । ନିତ୍ୟ ପଠନ କରୁଥିବା ଚରିତ୍ର ମାନଙ୍କର ସାଇ ସବୁବେଳେ ସୁମାର୍ଗ ଦେଖାଉ ଅଛନ୍ତି । ବାବା ସବୁବେଳେ ଭକ୍ତଙ୍କ ପାଇଁ ଅନେକ କଷ୍ଟ ନିଜେ ସହ୍ୟ କରୁଥିଲେ । ପୁନେର ଶ୍ରୀମତି ତାରାବାଇ ସଦାଶିବ ତାରଖଡ଼ ଚକ୍ଷୁ ରୋଗରେ ପୀଡିତ ଥିଲେ । ବହୁତ ଡାକ୍ତର ଦେଖାଇଲେ ହେଲେ ରୋଗ ଆଦୌ ଭଲ ହେଲା ନାହିଁ । ଶୁଣିବାକୁ ପାଇଲେ ଯେ , ଶିରିଡି ରେ ସାଇବାବାଙ୍କ ପାଖକୁ ଅନେକ ରୋଗୀ ଭଲ ହୋଇ ଆସୁ ଅଛନ୍ତି । ସେ ଶିରିଡିକୁ ଆସିଲେ ଏବଂ...
saisaisaiindia is a blog about sai's quote and leelas of sai baba SAI SAI SAI
Comments
Post a Comment